ରାଜ୍ୟରେ ଘନ କୁହୁଡି ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ

ଭୁବନେଶ୍ୱର, (ନାଗରାଜ ନ୍ୟୁଜ): ଶୀତର ପ୍ରକୋପ ହ୍ରାସ ପାଇବ । ଓଡିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟା ଭିତରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ସେ ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୪୮ ଘଣ୍ଟା ପର୍ୟ୍ୟନ୍ତ ରାଜ୍ୟର ପାଗ ମୁଖ୍ୟତଃ ଶୁଖିଲା ରହିବ । ଏହାରି ଭିତରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦିନର ତାପମାତ୍ରାରେ ବୃଦ୍ଧି ହେବ । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, କନ୍ଧମାଳ, ବୌଦ୍ଧ, ନୟାଗଡ, କଟକ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published.