ଆଜିଠୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଦୁଇ ଦିନ ହେଲା ବର୍ଷା ହେଉଛି । ଆଜିଠାରୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ୫ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ବିଶେଷକରି ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ର ଉପକୂଳ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟର ଗତି ଓଡ଼ିଶା ଅଭିମୁଖେ ରହିଥିବାରୁ ୧୫ରୁ ୧୭ ତାରିଖ ଯାଏ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହୁଛି ।

୧୬ରେ ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ କୋରାପୁଟ, ରାୟଗଡ଼ା, ମାଲକାନଗିରି, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କଟକ, ଖୋର୍ଧା ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୧୬ ଓ ୧୭ ତାରିଖରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସେହିଭଳି ୧୭ ତାରିଖରେ ମଧ୍ୟ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ରହୁଛି ତେଣୁ ଏହି ସବୁ ଜିଲ୍ଲା ଗୁଡିକୁ ୟେଲୋ ୱାଣ୍ଣିଂ ଜାରି କରାଯିବା ସହିତ ଜିଲ୍ଲାପାଳ ମାନଙ୍କୁ ମଧ୍ୟ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Leave a Reply

Your email address will not be published.