ବର୍ଷା ଯୋଗୁ ଫିକା ପଡିବ ଦଶହରା

ଭୂବନେଶ୍ୱର, (ନାଗରାଜ ନ୍ୟୁଜ ): ବର୍ଷା ଯୋଗୁ ଫିକା ପଡିବ ଦଶହରା । ଆସନ୍ତାକାଲିଠାରୁ ରାଜ୍ୟର କିଛି ସ୍ଥାନରେ କାଁ ଭାଁ ବର୍ଷା ଆରମ୍ଭ ହୋଇଯିବ । ୧୩ତାରିଖରୁ ଉତ୍ତର ଓ ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ୧୪ରେ ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ାର କିଛି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ୧୫ ତାରିଖରେ ଉପକୂଳ ଓଡ଼ିଶା ସମେତ ବୌଦ୍ଧ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କୋରାପୁଟ, ନୟାଗଡ଼, କୋରାପୁଟ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି ଓ ଢେଙ୍କାନାଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ସେହିପରି ୧୬ ତାରିଖରେ ପୁରୀ, ଜଗତସିଂହପୁର, ଗଞ୍ଜାମ ଓ କନ୍ଧମାଳରେ ପ୍ରବଳ ବର୍ଷା ହେବ । କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଓ ମୟୂରଭଞ୍ଜରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହୋଇପାରେ । ପାଣିପାଗ ବିଭାଗର ସମ୍ଭାବ୍ୟ ଲଘୁଚାପ ବର୍ଷା ପୂର୍ବାନୁମାନକୁ ନେଇ ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published.