ଆହୁରୀ ବର୍ଷିବ ବର୍ଷା

ଭୂବନେଶ୍ବର: ସୋମବାର ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଅଧିକ ଘନିଭୂତ ହୋଇଛି । ସୋମବାର ପଶ୍ଚିମ-କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ପରେ ପଶ୍ଚିମ-କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ରାଜ୍ୟରେ ପାଗ ମେଘୁଆ ରହିଛି । କିଛି କିଛି ସ୍ଥାନରେ ପ୍ରବଳ ବର୍ଷାବି ଆରମ୍ଭ ହୋଇଯାଇଛି ।

ସେପଟେ ରାଜ୍ୟରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ରାଜ୍ୟର କେତେକ ଜିଲ୍ଲାରେ ଆସନ୍ତା ଦୁଇ ଦିନ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଅନୁମାନ କରାଯାଉଛି । 

ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ଅନ୍ୟ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ମୌସୁମୀ ଜନିତ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦ ଦେଶ ଉପରେ ରହିଛି । 

ସେହିପରି ମଙ୍ଗଳବାର କନ୍ଧମାଳ, ବୌଦ୍ଧ, ପୁରୀ ଖୋର୍ଦ୍ଧା ଓ କଟକ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର ଓ ନୂଆପଡା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଏହାସହ ଆସନ୍ତା ୫ଦିନ ଯାଏ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବକାୁ ବାରଣ କରାଯାଇଛି । 

Leave a Reply

Your email address will not be published.