ଆହୁରି ୩ ଯାଏଁ ପ୍ରବଳ ବର୍ଷିବ

ଭୂବନେଶ୍ବର: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତର-ବଙ୍ଗୋପସାଗର ଏବଂ ତତ-ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୫.୮ କିମି ଯାଏଁ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ । ଯାହାର ପ୍ରଭାବରେ ରାଜ୍ୟରେ ଆଗାମୀ ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଏହି ସମୟରେ ଉତ୍ତର ଓଡିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ମୟୁରଭଞ୍ଜ, କେନ୍ଦୁଝର ଓ କଳାହାଣ୍ଡି ଜିଲ୍ଳାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଅନ୍ୟପଟେ ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଟକ, ଅନୁଗୁଳ, ନୟାଗଡ, ଖୋର୍ଦ୍ଧା, ବୌଦ୍ଧ, କନ୍ଧମାଳ, ରାୟଗଡା, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ଘଡଘଡି ସହିତ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । 

Leave a Reply

Your email address will not be published.