ଆହୁରି ୫ ଦିନ ଯାଏଁ ବର୍ଷିବ ବର୍ଷା

ଭୂବନେଶ୍ବର: ଆହୁରି ୫ ଦିନ ଯାଏଁ ବର୍ଷିବ ବର୍ଷା । ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ତତସହିତ ରାଜ୍ୟରେ ଏବେବି ଲାଗି ରହିଛି କାଳବୈଶାଖୀ ର ପ୍ରଭାବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମଧ୍ୟ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାର ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

ଜୁଲାଇ ୨୩ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଆସନ୍ତା ୫ ଦିନ ଯାଏଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଆଜି ୨୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ପୁରୀ, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭ୍ରଦକ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି ହୋଇଛି ।

Leave a Reply

Your email address will not be published.