ସଂକ୍ରମଣ ହାରରେ ଖୋର୍ଦ୍ଧା ଆଗୁଆ

ଭୂବନେଶ୍ବର: ରାଜ୍ଯରେ କିଛିଦିନ ହେବ କରୋନା ଦୈନିକ ସଂକ୍ରମିତ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୩୮୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସଂପର୍କ ବିଭାଗ ଜଣାଇଛି । ଏହାସହିତ ଖୋର୍ଦ୍ଧା ଜିଲ୍ଲା କରୋନା ସଂକ୍ରମଣରେ ଆଗୁଆ ରହିଛି । ଆଜି ଖୋର୍ଦ୍ଧାରୁ ୬୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆଜି ଅନୁଗୁଳରୁ ୧୭୫, ବାଲେଶ୍ବରରୁ ୨୨୦, ବରଗଡରୁ ୫୮, ଭଦ୍ରକରୁ ୧୫୮, ବଲାଙ୍ଗୀରରୁ ୨୮, ବୌଦ୍ଧରୁ ୩୫, କଟକରୁ ୩୯୩, ଦେବଗଡରୁ ୩୦, ଢେଙ୍କାନାଳରୁ ୪୩, ଗଜପତିରୁ ୪୫, ଗଞ୍ଜାମରୁ ୩୬, ଜଗତସିଂହପୁରରୁ ୧୩୦, ଯାଜପୁରରୁ ୩୪୬, ଝାରସୁଗୁଡାରୁ ୧୯, କଳାହାଣ୍ଡିରୁ ୪୩, କନ୍ଧମାଳରୁ ୩୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି କେନ୍ଦ୍ରାପଡାରୁ ୧୪୫, କେଉଁଝରରୁ ୮୧, ଖୋର୍ଦ୍ଧାରୁ ୬୧୭, କୋରାପୁଟରୁ ୭୭, ମାଲକାନଗିରିରୁ ୭୫, ମୟୂରଭଞ୍ଜରୁ ୧୫୯, ନବରଙ୍ଗପୁରରୁ ୮୮, ନୟାଗଡ଼ରୁ ୧୩୪, ନୂଆପଡାରୁ ୩୧, ପୁରୀରୁ ୨୦୦, ରାୟଗଡାରୁ ୧୧୧, ସମ୍ବଲପୁରରୁ ୪୫, ସୋନପୁରରୁ ୩୬, ସୁନ୍ଦରଗଡରୁ ୧୧୯ ଓ ରାଜ୍ୟ ପୁଲରୁ ୯୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରେ କ୍ବାରେଣ୍ଟାଇନରୁ ୨୧୭୨ ଜଣ ରହିଥିବା ୧୬୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୦୪୯୮କୁ ବୃଦ୍ଧି ପାଇଛି ।

Leave a Reply

Your email address will not be published.