ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷା ଫଳ

ଭୁବନେଶ୍ୱର: ଆଜି ପ୍ରକାଶ ପାଇଛି ମାଟ୍ରିକ୍‌ ପରୀକ୍ଷା ଫଳ। କଟକ ସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶିତ ହୋଇଛି । କରୋନା ମହାମାରୀ ହେତୁ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷାକୁ ବାତିଲ କରାଯାଇଥିଲା । ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ ମୂଲ୍ୟାୟନ କରି ପ୍ରକାଶ ପାଇଛି ରେଜଲ୍ଟ । ଏଥର ୯୭.୮୯% ଛାତ୍ରଛାତ୍ରୀ ପାସ୍ କରିଥିବାର ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା ଦେଇଛନ୍ତି । ତେବେ ଚଳିତ ବର୍ଷ ୫,୭୪,୧୨୫ ପରିକ୍ଷା ଦେଇଥିଲା ବେଳେ ୫,୬୨,୦୧୦ ପାସ କରିଛନ୍ତି । ମୋଟ ୭୭୦୩ ଜଣ ପିଲା ଫେଲ୍ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୪୧୨ ଜଣ ପିଲା ପରିକ୍ଷା ଦେଇ ନଥିଲେ ଏବଂ ୨୨୫୬ ପିଲାଙ୍କ ମାର୍କ ସ୍କୁଲ ଦେଇନାହାନ୍ତି ।

କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ଉପସ୍ଥିତିରେ ଅପରାହ୍ଣ ୪ଟାରେ ପରୀକ୍ଷା ଫଳ ପ୍ରକାଶ କରାଯାଇଥିବା ବେଳେ ଛାତ୍ରଛାତ୍ରୀମାନେ ସନ୍ଧ୍ୟା ୬ଟା ଠାରୁ  www.bseodisha.ac.in ଏବଂ www.bseodisha.nic.in ୱେବ୍‌ସାଇଟ୍‌ରେ ସେମାନଙ୍କ ମାର୍କ ଜାଣିପାରିବେ। ସେହିପରି  SMS ଜରିଆରେ ମଧ୍ୟ ରେଜଲ୍ଟ ପାଇ ପାରିବେ ଛାତ୍ରଛାତ୍ରୀ। ଏଥିପାଇଁ ସେମାନଙ୍କୁ ମୋବାଇଲ୍‌ରେ OR01 ଲେଖି ସ୍ପେଶ୍ ଦେବା ପରେ ରୋଲ ନମ୍ବର ଲେଖି ୫୬୭୬୭୫୦କୁ SMS କରିବାକୁ ହେବ।

Leave a Reply

Your email address will not be published.