ପୁଣି ୧୦ ହଜାର ଉପରେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୦ ହଜାର ୬୪୯ ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ସେମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୫୫୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୭୬ ହଜାର ୨୯୭କୁ ବୃଦ୍ଧି ପାଇଛି।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକରୁ ୯୩୦, ସୁନ୍ଦରଗଡ଼ରୁ ୭୭୪, ଅନୁଗୁଳରୁ ୫୫୭, ବାଲେଶ୍ୱରରୁ ୫୦୩, ସମ୍ବଲପୁରରୁ ୪୯୪, ମୟୂରଭଞ୍ଜରୁ ୪୦୪, ବରଗଡ଼ରୁ ୩୯୧, ଝାରସୁଗୁଡ଼ାରୁ ୩୬୮, ନୟାଗଡ଼ରୁ ୩୫୭, ପୁରୀରୁ ୩୩୫, ନୂଆପଡ଼ାରୁ ୩୩୧ ଓ ଯାଜପୁରରୁ ୩୦୭ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଜଗତସିଂହପୁରରୁ ୨୭୮, କଳାହାଣ୍ଡିରୁ ୨୬୩, ଗଞ୍ଜାମରୁ ୨୪୫, ବୌଦ୍ଧରୁ ୨୩୨, ଢେଙ୍କାନାଳରୁ ୨୨୦, ଭଦ୍ରକରୁ ୨୧୬, ନବରଙ୍ଗପୁରରୁ ୨୦୭, ବଲାଙ୍ଗିରରୁ ୧୯୮, ସୋନପୁରରୁ ୧୯୫, କେନ୍ଦ୍ରାପଡ଼ାରୁ ୧୮୫, କେନ୍ଦୁଝରରୁ ୧୭୫, କୋରାପୁଟରୁ ୧୬୪, ରାୟଗଡ଼ାରୁ ୧୬୩, ଦେବଗଡ଼ରୁ ୧୧୨, ଗଜପତିରୁ ୧୦୪, କନ୍ଧମାଳରୁ ୬୯ ଓ ମାଲକାନଗିରିରୁ ୪୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଗତକାଲି ଦିନକରେ ୮୫୪୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୪୭୩୬୮୦କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ ହୋଇଥିବା ଟ୍ବିଟରେ କୁହାଯାଇଛି ।

Leave a Reply

Your email address will not be published.