ଡିସେମ୍ବର ମାସ ପାଇଁ ନୂଆ ଗାଇଡଲାଇନ୍, ଜିରୋନାଇଟ୍ ସେଲିବ୍ରେସନ୍‌ ଉପରେ ରୋକ ଲଗାଇଲେ ସରକାର

ଭୁବନେଶ୍ୱର, (ନାଗରାଜ ନ୍ୟୁଜ): ଡିସେମ୍ବର ମାସ ପାଇଁ ନୂଆ ଗାଇଡଲାଇନ୍ ଜାରି କରିଛନ୍ତି ଏସଆରସି । ଡିସେମ୍ବର ୧ ତାରିଖରୁ ଜାନୁଆରୀ ୧ ତାରିଖ ଯାଏଁ ଏହି ଗାଇଡଲାଇନ ବଳବତ୍ତର ରହିବ । ଜନଗହଳି ପାଇଁ ସଂକ୍ରମଣ ଆଶଙ୍କା ଥିବାର ଜିରୋନାଇଟ୍ ସେଲିବ୍ରେସନ୍‌, ନୂଆବର୍ଷ ପାଳନ ଉପରେ ପ୍ରତିବନ୍ଧକ ଲଗାଯାଇଛି । ବିଦେଶରେ ଭୂତାଣୁର ନୂଆ ଭ୍ୟାରିଏଣ୍ଟ ଯୋଗୁଁ ଚଳିତ ମାସ ପାଇଁ କଡା ପଦକ୍ଷେପ ନେଇଛନ୍ତି ସରକାର । ସେହିପରି ଲୋକ ହୋଟେଲ, ରେଷ୍ଟୁରାଣ୍ଟ, କ୍ଲବ, ପାର୍କ ଓ ସର୍ବସାଧାରଣ ସ୍ଥାନରେ ଡିସେମ୍ବର ୩୧ ଓ ଜାନୁଆରୀ ୧ରେ ସେଲିବ୍ରେସନ କରିଥାନ୍ତି । ଯାହା ଫଳରେ ପ୍ରଭଲ ଲୋକ ଏକାଠି ହୋଇଥାନ୍ତି ଏବଂ ସେଠାରେ ସଂକ୍ରମଣର ଭୟ ରହିଛି । ଏନେଇ ରାଜ୍ୟବ୍ୟାପୀ ନୂଆବର୍ଷ ପାଳନ ଉପରେ କଟକଣା ଲଗା ଯାଇଛି । ଏହାସହିତ ସର୍ବସାଧାରଣ ସ୍ଥଳରେ ଭୋଜିଭାତ ଉପରେ ପ୍ରତିବନ୍ଧକ ଲଗାଯାଇଛି ।

ପୂର୍ବଭଳି ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ରାତି ୧୦ଟାରୁ ସକାଳ ୫ଟା ଯାଏଁ ବଳବତ୍ତର ରହିବ । ସାମାଜିକ, ଧାର୍ମିକ ଓ ରାଜନୈତିକ କାର୍ୟ୍ୟକ୍ରମ ହୋଇପାରିବ ନାହିଁ । ବାଣିଜ୍ୟ ମେଳା, ପ୍ରଦର୍ଶନୀ ମଧ୍ୟ ବନ୍ଦ ରହିବ । ତେବେ ଯାତ୍ରୀ ଓ ସାଂସ୍କୃତିକ କାର୍ୟ୍ୟକ୍ରମ ସ୍ଥାନୀୟ ପ୍ରଶାସନ ଅନୁମତି କ୍ରମେ ସର୍ବାଧିକ ୨ ହଜାର ଲୋକଙ୍କୁ ନେଇ ହୋଇପାରିବ । କୋଭିଡ କଟକଣା ମଧ୍ୟରେ ୫୦ ପ୍ରତିଶତ ସିଟ୍ କ୍ଷମତାରେ ସିନେମା ହଳ ଚାଲିବ । ବାହାଘର, ବ୍ରତଘର ଓ ଅନ୍ତ୍ୟେଷ୍ଟିକ୍ରିୟାରେ ସର୍ବାଧିକ ୨୫୦ ଜଣ ସାମିଲ୍ ହୋଇପାରିବେ ।

Leave a Reply

Your email address will not be published.