ଓମିକ୍ରୋନରୁ ସୁରକ୍ଷା ଦେବ କରୋନା ଟିକା: ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ୱର, (ନାଗରାଜ ନ୍ୟୁଜ): ଓମିକ୍ରୋନରୁ ସୁରକ୍ଷା ଦେବ କରୋନା ଟିକା । ଏନେଇ ପ୍ରକାଶ କରିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ କହିଛନ୍ତି । ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି, କରୋନା ଟିକା ୧୦୦ % ନ ହେଲେ ବି ଓମିକ୍ରୋନରୁ କିଛିଟା ସୁରକ୍ଷା ଦେବ । ଏଣୁ ସମସ୍ତଙ୍କୁ ଯଥାଶୀଘ୍ର ଟିକା ନେବା ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି । ଟିକା ନେଲେ ଗୁରୁତର ହେବା, ହସ୍ପିଟାଲାଇଜ ହେବା ଏବଂ ମୃତ୍ୟୁମୁଖରେ ପଡ଼ିବାର ଆଶଙ୍କା କମ ରହିବ। ଲୋକଙ୍କୁ ଟିକା ନେବା ପାଇଁ ପ୍ରୋତ୍ସାହିତ କରିବାକୁ ପ୍ରତି ଗାଁରେ ଥିବା ସାମାଜିକ କର୍ମୀମାନଙ୍କୁ ଅନୁରୋଧ କଲା ସ୍ୱାସ୍ଥ୍ୟ ବିଭାଗ।

Leave a Reply

Your email address will not be published.