ପରଲୋକରେ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି

ଭୁବନେଶ୍ୱର, (ନାଗରାଜ ନ୍ୟୁଜ): କରୋନାରେ ଆଖି ବୁଜିଲେ ଚାଟଶାଳୀ ଶିକ୍ଷକ ଭାବେ ପରିଚିତ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ । ଆଜି ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । କିଛିଦିନ ପୂର୍ବରୁ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ହେବାକୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେ ଏହାପରେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । କଳିଙ୍ଗନଗର ଡୁବୁରୀ ସ୍ଥିତ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କ ସ୍ଵାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନ୍ତାନ୍ତର କରାଯାଇଥିଲା । ସୂଚନାଯୋଗ୍ୟ, ଯାଜପୁରର ଚାଟଶାଳୀ ଶିକ୍ଷକ ଭାବେ ପରିଚିତ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ବା ନନ୍ଦ ସାରଙ୍କ ଜୀବନୀ ଉପରେ ନିର୍ମାଣ ହୋଇଛି ଫିଲ୍ମ । ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ କନ୍ତିରା ଗ୍ରାମରେ ରହୁଥିବା ୧୦୪ ବର୍ଷୀୟ ନନ୍ଦ କିଶୋର ପୃଷ୍ଟି ଚାଟଶାଳୀ ଜରିଆରେ ଦୀର୍ଘ ୮୦ ବର୍ଷ ଧରି ମାଗଣାରେ ଶିକ୍ଷାଦାନ କରିଆସୁଥିଲେ । କିଛିଦିନ ପୂର୍ବେ ଏ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ରାଜ୍ୟ ସରକାର ପଦ୍ମଶ୍ରୀ ପାଇଁ ତାଙ୍କ ନାମ ସୁପାରିଶ କରିଥିଲେ । ପରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିବାକୁ ଘୋଷଣା କରିଛନ୍ତି । ତେବେ ନନ୍ଦ ସାରଙ୍କ ଜୀବନିକୁ ନେଇ ଅଭିସ୍ମିତା ଫିଲ୍ମସ୍ ପକ୍ଷରୁ “ନନ୍ଦ ମାଷ୍ଟ୍ରଙ୍କ ଚାଟଶାଳୀ” ନାମରେ ଏକ ଫିଲ୍ମ ନିର୍ମାଣ କରାଯାଇଛି ।

Leave a Reply

Your email address will not be published.