ରଘୁନାଥ ମହାପାତ୍ରଙ୍କ ପରଲୋକ

ଭୂବନେଶ୍ୱର: ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ଆଜି ଦେହାନ୍ତ ହୋଇଛି। କରୋନାରେ ଆକ୍ରାନ୍ତ ହୋଇ ଏମ୍ସ ଭୁବନେଶ୍ୱରରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କର ପରଲୋକ ହୋଇଛି। ଆଜି ଅପରାହ୍ନ ୩ଟା ୪୯ରେ ୭୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଥିବା ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି। ରଘୁନାଥ ପଦ୍ମଶ୍ରୀ, ପଦ୍ମ ଭୂଷଣ ଓ ପଦ୍ମ ବିଭୂଷଣରେ ସମ୍ମାନିତ ହୋଇଥିଲେ। ରଘୁନାଥଙ୍କ ବିୟୋଗ ରାଜ୍ୟ ତଥା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି।

ପଥର କାମ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସେ ୧୯୭୫ ମସିହାରେ ପଦ୍ମଶ୍ରୀ, ୨୦୦୧ ମସିହାରେ ପଦ୍ମ ଭୂଷଣ ଏବଂ ୨୦୧୩ରେ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ ହୋଇଥିଲେ। ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନ୍ ଯୋଗେ ରଘୁନାଥ ମହାପାତ୍ରଙ୍କ ପୁଅଙ୍କ ସହିତ କଥା ହୋଇ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ତାଙ୍କର ସ୍ୱାସ୍ଥ୍ୟବସ୍ଥା ଅନୁଧ୍ୟାନ କରିଥିଲେ ।

 

Leave a Reply

Your email address will not be published.