କମିଲା ବର୍ଷା, ବଢ଼ିବ ଶୀତ

ଭୁବନେଶ୍ୱର, (ନାଗରାଜ ନ୍ୟୁଜ): କମିଲା ବର୍ଷା । ଏଥର ବଢ଼ିବ ଶୀତ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ଗତ କିଛି ଦିନ ହେଲା ଅଦିନିଆ ବର୍ଷା ଲାଗି ରହିଥିଲା । ମାତ୍ର ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ଖରାଟିଆ ରହିଛି । ତେବେ ରାଜ୍ୟରେ ଆସନ୍ତା କିଛି ଦିନ ପ୍ରବଳ ଶୀତ ଅନୁଭୂତ ହେବ । ୩ ଦିନ ପର୍ୟ୍ୟନ୍ତ ସର୍ବନିମ୍ନ ତାପମାତ୍ରା ୩ରୁ ୫ ଡିଗ୍ରୀ ହ୍ରାସ ପାଇବ । ଅନ୍ୟପଟେ ଆସନ୍ତା ୨୦ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

କୋରାପୁଟ, ନୟାଗଡ, ଢେଙ୍କାନାଳ, ଯାଜପୁର, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୁଳ,ରାୟଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, କନ୍ଧମାଳ, ଭଦ୍ରକ, କେନ୍ଦୁଝର ଆଦି ଜିଲ୍ଲାରେ ଘନ କୁହୁଡି ଲାଗି ରହିବ । ଉକ୍ତ ଜିଲ୍ଲା ଗୁଡିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave a Reply

Your email address will not be published.