ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଭୂବନେଶ୍ବରରେ ବାତ୍ୟା ୟାସ୍ କ୍ଷୟକ୍ଷତିର ସମୀକ୍ଷା

ଭୁବନେଶ୍ୱର: ବାତ୍ୟା ‘ୟାସ୍‌’ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ସମୀକ୍ଷା ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ସେ ବାତ୍ୟା କ୍ଷୟକ୍ଷତି ନେଇ ସମୀକ୍ଷା କରୁଛନ୍ତି।

ଏହି ସମୀକ୍ଷା ବୈଠକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦୁଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଡିଜିପି ଅଭୟ ଓ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନାଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଅଛନ୍ତି।

ସମୀକ୍ଷା ବୈଠକ ପରେ ପ୍ରଧାନମନ୍ତ୍ରୀ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆକାଶ ମାର୍ଗରୁ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବେ। ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଅଞ୍ଚଳ ଗୁଡ଼ିକୁ ସେ ଆକାଶ ମାର୍ଗରୁ ବୁଲି ଦେଖିବେ।

ଏହାପରେ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଅଞ୍ଚଳକୁ ଯାଇ ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published.