ମାଲକାନଗିରିରୁ ୫୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ଗିରଫ, ରାଜ୍ୟ ବାହାରକୁ ଚୋରାଚାଲାଣ ହେଉଥିଲା 

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଅବକାରୀ ବିଭାଗ ଚଢାଉ କରି ବିପୁଳ ପରିମାଣ ଗଞ୍ଜଇ ଜବତ କରିଛି। ମିଳିଥିବା ସୂଚନା ଅନୁସାରେ, ମାଲକାନଗିରି ଜିଲ୍ଲାର ସର୍ଗିଗୁଡା ଗାଁ ନିକଟରେ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଅବକାରୀ ବିଭାଗକୁ ଖବର ମିଳିଥିଲା। ଏହାପରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇଥିଲା ଚଢାଉ ବେଳେ  ୭ କ୍ବିଣ୍ଟାଲ ଓଜନର ଗଞ୍ଜେଇ ଜବତ ହେବ ଓ ଏଥିସହ ୩ଜଣଙ୍କୁ ଗିରଫ କରାଯାଇଛି। ଜବତ ହୋଇଥିବା ଗଞ୍ଜେଇର ମୂଲ୍ୟ ୫୦ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡ଼ିଛି ।

ବାହାର ରାଜ୍ୟକୁ ଏହି ଗଞ୍ଜେଇ ଚାଲାଣ କରାଯାଉଥିଲା ବୋଲି ଜଣାଯାଇଛି।  ଏନେଇ ଅବକାରୀ ବିଭାଗ ଅଧିକ ତଦନ୍ତ ଆରମ୍ଭ କରିଛି ।

 

Leave a Reply

Your email address will not be published.