୨୧ରୁ ବଢିବ ବର୍ଷା ପରିମାଣ

ଭୂବନେଶ୍ବର: ଓଡ଼ିଶା ଉପରେ ରହିଥିବା ସିଜିନାଲ୍‌ ଟ୍ରପ୍‌-ଲାଇନ୍‌ ଏବେ ଲଘୁଚାପ କ୍ଷେତ୍ର ଦେଇ ଗତି କରୁଛି । ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ଓ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶାରେ ମଧ୍ୟ କେତେକ ସ୍ଥାନରେ ବର୍ଷା ହୋଇପାରେ ବୋଲି କେନ୍ଦ୍ର କହିଛି ।

ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଥିବାବେଳେ ଆସନ୍ତା ୨୧ ତାରିଖରୁ ବର୍ଷାର ପରିମାଣ ବଢିବ । ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଚି । ଓଡ଼ିଶା ଉପରେ ରହିଥିବା ସିଜିନାଲ୍‌ ଟ୍ରପ୍‌-ଲାଇନ୍‌ ଏବେ ଲଘୁଚାପ କ୍ଷେତ୍ର ଦେଇ ଗତି କରୁଛି । ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ଓ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିଲାଗି ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

Leave a Reply

Your email address will not be published.