ଆଜି ସନ୍ଧ୍ୟା ୫ଟାରେ କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ନାଗରାଜ ନ୍ୟୁଜ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ କୋଭିଡ ସ୍ଥିତି ସମୀକ୍ଷା କରିବେ । ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ଏବେ ୧୦ ହଜାର ଉପରେ ରହୁଛି । ଯାହାକି ଚିନ୍ତାର ବିଷୟ ଅଟେ । କରୋନା ସଂକ୍ରମଣ ଗ୍ରାଫକୁ କମ୍ କରିବା ପାଇଁ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି । ତେବେ ଏନେଇ ସନ୍ଧ୍ୟା ୫ଟାରେ ରାଜ୍ୟରେ କୋଭିଡ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ସୂଚନା ଅନୁସାରେ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧ ହଜାର ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ମଧ୍ୟ ହୋଇଛି ।

Leave a Reply

Your email address will not be published.