ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, (ନାଗରାଜ ନୁ୍ୟଜ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଆହୁରି ୭ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାସହିତ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୦୧ରେ ପହଁଞ୍ଚିଛି । ଏଥି ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣ (ଭୁବନେଶ୍ୱରରୁ ୪ଜଣ) ସମ୍ବଲପୁର ଏବଂ ଗଞ୍ଜାମ ଜିଲ୍ଲାର ଜଣେ ଲେଖାଏଁ ରହିଛନ୍ତି । ରାଜ୍ୟରେ ଏପର୍ଯ୍ୟନ୍ତ ୧୧୬୭୦୯୪ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିଭଳି ରାଜ୍ୟରେ ଏପର୍ଯ୍ୟନ୍ତ ୧୦,୭୩,୭୭୭ ଜଣ କରୋନାରୁ ଆରୋଗ୍ୟ ହେଲେଣି । ରାଜ୍ୟରେ ବଢିଚାଲିଥିବା ସଂକ୍ରମଣ ମଧ୍ୟରେ ଗତକାଲି ଓଡ଼ିଶାରେ ୧୧ ହଜାର ୬୦୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ୯୯୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗତକାଲି ରାଜ୍ୟରେ ୬୭୮୫ କରୋନା ସଂକ୍ରମିତ ସୁସ୍ଥ ହୋଇଥିଲେ ।

Leave a Reply

Your email address will not be published.