ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲାରେ ୟେଲ୍ଲୋ ୱାର୍ଣ୍ଣିଂ ଜାରି

ଭୂବନେଶ୍ବର: ରାଜ୍ୟରେ ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ ପ୍ରଭାବରୁ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା କରାଯାଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହି ଜିଲ୍ଲାଗୁଡିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁରୀ, କେନ୍ଦ୍ରାପଡା, ମାଲକାନଗିରି, ନୂଆପଡ଼ା, କନ୍ଧମାଳ, ଗଞ୍ଜାମ ଓ ବଲାଙ୍ଗୀର ରହିଛି । ସେସବୁ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବାରୁ ୱାର୍ଣ୍ଣିଂ ଜାରି ହୋଇଛି । ଏହାସହ ଆଗାମୀ ୩ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ରହିଛି । ତେବେ ବର୍ଷା ସହ ଘଡଘଡି ସମ୍ଭାବନା ରହିଥିବାରୁ ପୂର୍ବରୁ ସତର୍କ କରାଯାଇଛି ।

Leave a Reply

Your email address will not be published.