୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲ୍ଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୂବନେଶ୍ଵର: ରାଜ୍ୟରେ ମୌସୁମୀ ପ୍ରବାହ ଜାରି ରହିଥିବାବେଳେ ଆଜି ୧୨ଟି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ ଏହି ୧୨ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଏହାବ୍ୟତୀତ ପ୍ରାୟ ସମସ୍ତ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୫ଦିନ ପର୍ଯ୍ୟନ୍ତ ବର୍ଷା ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା କରାଯାଇଛି ।  କେତେକ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଛି ।

Leave a Reply

Your email address will not be published.