ଆସନ୍ତା ୨୧ ତାରିଖରୁ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣି ଜାରି କଲା ପାଣିପାଗ ବିଭାଗ

ଭୂବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆସନ୍ତା ୨୧ ବେଳକୁ ଏହା ଲଘୁଚାପରେ ସୃଷ୍ଟି ହେବ ବୋଲି ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହାରି ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏନେଇ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।

ତେବେ ଆଜି ମୟୁରଭଞ୍ଜ, ଢେଙ୍କାନାଳ, ନୂଆପଡା, ନବରଙ୍ଗପୁର ଏବଂ କଟକର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂପୁର, କୋରାପୁଟ ମାଲକାନଗିରି, ଗଞ୍ଜାମ ଓ କଟକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ ମଧ୍ୟ ଆସନ୍ତା ଦୁଇଦିନ ମଧ୍ୟରେ ଏହି ଲଘୁଚାପ ସୃଷ୍ଟି ହେଉଥିବା ସ୍ପଷ୍ଟ କରିଛି । ଏହା ପ୍ରଭାବରେ ଓଡିଶା ସମେତ ଝାଡଖଣ୍ଡ,ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ଛତିଶଗଡ ଓ ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛନ୍ତି ।

Leave a Reply

Your email address will not be published.