୧୦ଟି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୂବନେଶ୍ବର, (ନାଗରାଜ ନ୍ଯୁଜ): ଗତକାଲିର ଉତ୍ତର ପଶ୍ଚିମ ତଥା ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ଘୁର୍ନିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ତତ-ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳରେ ଗୋଟିଏ ଲଘୁଚାପକ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛି ।

ଆଗାମୀ ୨୪ଘଣ୍ଟା ମଧ୍ୟରେ ସକ୍ରିୟ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ୧୦ଜିଲ୍ଲା ମାଲକାନଗିରି, କୋରାପୁଟ, ଗଞ୍ଜାମ, ରାୟଗଡା, ଗଜପତି, ପୁରୀ, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୩୦ ତାରିଖ ବେଳକୁ ନୂଆପଡା, କଳାହାଣ୍ଡି, କନ୍ଧମାଳ, ନବରଗଂପୁର, କୋରାପୁଟ, ମାଲକାନଗିରି, ଗଜପତି, ରାୟଗଡା ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୁର୍ବାନୁମାନ କରାଯାଇଛି ।

Leave a Reply

Your email address will not be published.