୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାକୁ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୂବନେଶ୍ବର: ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା ରହିଛି । ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଜଗତସିଂହପୁର, ପୁରୀ,  ମାଲକାନଗିରି, କୋରାପୁଟ, କନ୍ଧମାଳ, ଢେଙ୍କାନାଳ, ବୌଦ୍ଧ ଭଳି ୧୯ଟି ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍ ବ୍ୟତୀତ ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଅପରପକ୍ଷରେ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ଆଶଙ୍କା କରାଯାଇଛି ।

ଆସନ୍ତା ୧୨ ତାରିଖରେ ଲଘୁଚାପ କାରଣରୁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି ।  ଯାହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୭ରୁ ବର୍ଷା ବଢିବ ବୋଲି ପାଣିପାଗବିତ୍ ଆକଳନ କରିଛନ୍ତି ।

Leave a Reply

Your email address will not be published.