୬ଟି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା, ୟୋଲୋ ୱାଣ୍ଣିଂ ଜାରୀ କଲା ପାଣିପାଗ ବିଭାଗ

ଭୂବନେଶ୍ବର: ରାଜ୍ୟରେ ଘୂର୍ଣ୍ଣି ବଳୟ ଯୋଗୁ ୬ଟି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ୟୋଲୋ ୱାଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ କେନ୍ଦ୍ର । ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ବାଲେଶ୍ୱର ଓ କେନ୍ଦ୍ରାପଡା ଜିଲ୍ଲା ମାନଙ୍କରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଏହାସହ ଗତ କିଛି ଦିନ ହେବ ଲଗାଣ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ ରାଜ୍ୟର ବହୁ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ସମୁଦ୍ର ପତ୍ତନରେ ସୃଷ୍ଟି ହୋଇଥିଲା ଲୋ ପ୍ରେସର ବର୍ତମାନ ଟ୍ରପ୍ ଲାଇନରେ ପରିଣତ ହୋଇ ଉତ୍ତର ପଞ୍ଜାବରୁ ହରିୟାଣା, ପଶ୍ଚିମ ଉତ୍ତରପ୍ରଦେଶ, ଉତ୍ତର ଝାଡ଼ଖଣ୍ଡ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଉତ୍ତର ପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଛି । ଯାହାର ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ।

Leave a Reply

Your email address will not be published.