ଶ୍ରୀମନ୍ଦିରରେ ଅପରାହ୍ନ ୪ଟାରୁ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ, (ନାଗରାଜ ନ୍ଯୁଜ): ଆଜି ଶ୍ରୀମନ୍ଦିରରେ ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଯେହେତୁ ଆଜି ବଡ ମନ୍ଦିରରେ ଅନୁଷ୍ଠିତ ହେବାକୁ ଯାଉଛି ବନକଲାଗି ନୀତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ବନକଲାଗି ସେବା କରିବେ । ଏହାପରେ ଠାକୁରଙ୍କ ମହାସ୍ନାନ ବଢି ଯଥାବିଧି ନୀତି ଚାଲିବ ।  ଠାକୁରଙ୍କ ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ହେବ । 

ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହୋଇଥାଏ । ବନକଲାଗି ପାଇଁ ହିଙ୍ଗୁଳା, ହରିତାଳ, ଶଙ୍ଖ, କେଶର, କପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ଏହାପରେ ଠାକୁରଙ୍କ ମହାସ୍ନାନ ବଢି ଯଥାବିଧି ନୀତି ଚାଲିବ । 

ସେପଟେ ୨୭ ତାରିଖରେ ରେଖାପଞ୍ଚମୀ ଅବସରରେ ମହାପ୍ରଭୁଙ୍କ ସୁବର୍ଣ୍ଣ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ଭୋଗମଣ୍ଡପ ପରେ ଏହି ନୀତି ଅନୁଷ୍ଠିତ ହେବ । ଭୋଗମଣ୍ଡପ ପରେ ଏହି ନୀତି ଅନୁଷ୍ଠିତ ହେବ । ସେଦିନ ଅପରାହ୍ନ ୨ଟାରୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

Leave a Reply

Your email address will not be published.