ସନ୍ଧ୍ୟା ୬ଟାରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ

ଭୂବନେଶ୍ବର: ରାଜ୍ୟ କ୍ୟାବିନେଟ୍ ବୈଠକ ଆଜି ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଯାଉଛି । କରୋନା ମହାମାରୀ ହେତୁ ଭର୍ଚୁଆଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗେ ଦେଇ ୧୦ରୁ ଊର୍ଦ୍ଧ୍ବ ପ୍ରସ୍ତାବକୁ ଅନୁମୋଦନ ଦେଇପାରନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟରେ ୧୦ରୁ ଊର୍ଦ୍ଧ୍ବ ପ୍ରସ୍ତାବକୁ ଅନୁମୋଦନ ମିଳିପାରେ । ଏହି ବୈଠକରେ ଓଡ଼ିଶା ପ୍ରଶାସନିକ ସେବା, ଓଏଏସ୍‍ ଅଧିକାରୀଙ୍କ ‘କ୍ୟାଡର’ ପୁନର୍ବିନ୍ୟାସ ପ୍ରସ୍ତାବ ସହିତ ପୂର୍ତ୍ତ ବିଭାଗ, ନଗର ଉନ୍ନୟନ ବିଭାଗ, ଗଣଶିକ୍ଷା ବିଭାଗ ଓ ସ୍ୱାସ୍ଥ୍ୟବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବମାନ ରହିଛି।

ତେବେ ଦୀର୍ଘଦିନ ଧରି ଓଏଏସ୍‍ ସଂଘ ପକ୍ଷରୁ କ୍ୟାଡର ପୁର୍ନଗଠନ ନେଇ ସରକାରଙ୍କଠାରେ ଦାବି ହୋଇ ଆସୁଥିଲା। ସେମାନଙ୍କ ଦାବି ଉପରେ ସରକାର ମୋହର ମାରିପାରନ୍ତି। ଯାହାଦ୍ୱାରା ଉକ୍ତ ବର୍ଗର ୨୨୦ଟି ଅତିରିକ୍ତ ପଦ ସୃଷ୍ଟି ହେବ। ପର୍ଯ୍ୟାୟକ୍ରମେ ବରିଷ୍ଠ ଓଏଏସଙ୍କୁ ସ୍ୱତନ୍ତ୍ର ସଚିବ, ଅତିରିକ୍ତ ଶାସନ ସଚିବ, ଯୁଗ୍ମ ସଚିବ ଓ ଉପସଚିବ ପଦରେ ଅବସ୍ଥାପିତ କରାଯିବାର  ଆଶଙ୍କା ରହିଛି ।

Leave a Reply

Your email address will not be published.