ରାଜ୍ୟ ନିଯୁକ୍ତି ଇତିହାସରେ ପ୍ରଥମ, ଏକକାଳୀନ ୬୧୩୧ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ନାଗରାଜ ନ୍ୟୁଜ): ଗୁରୁବାର ରାଜ୍ୟ ସରକାର ୬୧୩୧ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି । ଯାହା ରାଜ୍ୟର ନିଯୁକ୍ତି ଇତିହାସରେ ସର୍ବକାଳୀନ ରେକର୍ଡ । ସୂଚନାଯାଗ୍ୟ, ମାତ୍ର ୪୭ ଦିନ ମଧ୍ୟରେ ୬୧୩୧ ଶିକ୍ଷକ ନିଯୁକ୍ତି ଦିଆଯାଇଛି । ସେମାନଙ୍କ ମଧ୍ୟରେ ୨୨୩୬ ଜଣ କଳା ଶିକ୍ଷକ, ୧୭୭୯ ଜଣ ବିଜ୍ଞାନ, ୮୨୯ ଜଣ ହିନ୍ଦୀ, ୭୯୬ ଜଣ ସଂସ୍କୃତ ପିଇଟି ଓ ୩ଜଣ ତେଲୁଗୁ ଶିକ୍ଷକ ନିଯୁକ୍ତି ପାଇଛନ୍ତି । କଳିଙ୍ଗ ଷ୍ଟାଡିୟମ୍‌ରେ ଆୟୋଜିତ ନବ ନିଯୁକ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ମାନଙ୍କ ଓରିଏଣ୍ଟେସନ୍‌ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପିଲାମାନେ ହେଉଛନ୍ତି ଅନନ୍ତ ସମ୍ଭାବନାର ପ୍ରତୀକ । ସେମାନଙ୍କ ମଧ୍ୟରେ ନୂଆ ଆଶା ଜାଗ୍ରତ କରିବା, ସେମାନଙ୍କ କଳ୍ପନାକୁ ଶକ୍ତି ଦେବା ଏବଂ ଅଧ୍ୟୟନ ପ୍ରତି ଆଗ୍ରହ ସୃଷ୍ଟି କରିବାରେ ଶିକ୍ଷକମାନେ ହିଁ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସୃଜନୀଶକ୍ତିର ବିକାଶତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇଁ କାମ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକମାନଙ୍କୁ ପରାମର୍ଶ ଦେଇଥିଲେ ।

୫-ଟି ହାଇସ୍କୁଲ ଟ୍ରାନ୍ସଫରମେସନ୍‌ କାର୍ଯ୍ୟକ୍ରମରେ ୧୦୭୫ ସ୍କୁଲର ରୂପାନ୍ତର ପରେ ପରେ ଶିକ୍ଷା କ୍ଷେତ୍ରରେ ଏହା ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଶିକ୍ଷକତା ପରି ଏକ ମହାନ ବୃତ୍ତିକୁ ଆପଣେଇ ଥିବାରୁ ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ତେବେ ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଚାଲିଥିବା ରୂପାନ୍ତର ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି ହାଇସ୍କୁଲ ଟ୍ରାନ୍ସଫରମେସନ୍‌ କାର୍ୟ୍ୟକ୍ରମରେ ରାଜ୍ୟର ବିଭିନ୍ନ ସ୍କୁଲର ଭିତ୍ତିଭୂମିର ରୂପାନ୍ତର କରାଯାଇ ସ୍ମାର୍ଟ କ୍ଲାସ ରୁମ୍‌, ଇ-ଲାଇବ୍ରେରୀ, ଆଧୁନିକ ପରୀକ୍ଷାଗାର, ଉନ୍ନତ ପରିମଳ ବ୍ୟବସ୍ଥା, ଖେଳପଡିଆ ତଥା ସ୍କୁଲର ପରିବେଶକୁ ଶିକ୍ଷା ଅନୁକୂଳ କରିବା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଇଛି । ଏ ପର୍ୟ୍ୟନ୍ତ ୧୦୭୫ଟି ସ୍କୁଲର ରୂପାନ୍ତରଣ ପ୍ରଥମ ପର୍ୟ୍ୟାୟରେ ଶେଷ ହୋଇଛି ପର୍ୟ୍ୟାୟ କ୍ରମେ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ରୂପାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ।

Leave a Reply

Your email address will not be published.