୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟସରକାର

ଭୁବନେଶ୍ୱର, (ନାଗରାଜ ନ୍ୟୁଜ): ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ । ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟସରକାର । ଏଥିରେ ଇଞ୍ଜିନିୟର, ସିଡିପିଓ, ଅଙ୍ଗନବାଡି ସୁପରଭାଇଜର, ପୋଲିସ ଇନ୍ସପେକ୍ଟର, ରେଭେନ୍ୟୁ ସୁପରଭାଇଜର ପ୍ରମୁଖ ଅନ୍ତର୍ଭୁକ୍ତ ରହିଛନ୍ତି । ତେବେ ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ବାଧ୍ୟତାମୂଳ ଅବସର ପାଇଥିବା ୫ ଜଣଙ୍କ ମଧ୍ୟରୁ ମୟୂରଭଞ୍ଜ ଜିଲ୍ଲା ବାରିପଦା ଆଇଟିଡିଏର ଆସିଷ୍ଟାଣ୍ଟ ଇଞ୍ଜିନିୟର ସନ୍ତୋଷ କୁମାର ଦାସଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ତାଙ୍କ ବିରୋଧରେ ୨.୮୦ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ରହିଛି । ସେଥିପାଇଁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା ।

ଜଗତସିଂହପୁର ଜିଲ୍ଲା ବାଲିକୁଦାର ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ ସରଳା ଦେଇଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଅନୁଗୁଳ ପୋଲିସ ଟ୍ରେନିଂ କଲେଜର ଇନ୍ସପେକ୍ଟର ରାମଚନ୍ଦ୍ର ବେହେରାଙ୍କ ନାଁରେ ଅଭିଯୋଗ ରହିଥିଲା । କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁଙ୍କ ନାଁରେ ଦୁର୍ନୀତି ଅଭିଯୋଗ ରହିଥିଲା । ବାଲିକୁଦାର ଅଙ୍ଗନବାଡି ସୁପରଭାଇଜର ପ୍ରତିମା ସାହୁଙ୍କ ନାଁରେ ଗୋଟିଏ ଦୁର୍ନୀତି ଅଭିଯୋଗ ମଧ୍ୟ ରହିଛି ।

ସେହିପରି ଅନୁଗୁଳ ପୋଲିସ ଟ୍ରେନିଂ କଲେଜର ପୋଲିସ ଇନ୍ସପେକ୍ଟର ରାମଚନ୍ଦ୍ର ବେହେରାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା । ଅପାରଗତା ଓ ବିଶୃଙ୍ଖଳ ଆଚରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି ।

Leave a Reply

Your email address will not be published.