ରାଜ୍ୟରେ ୨୩ ତାରିଖରୁ ବର୍ଷା ସମ୍ଭାବନା, କମିବ ଶୀତ

ଭୁବନେଶ୍ୱର, (ନାଗରାଜ ନ୍ୟୁଜ): ରାଜ୍ୟରେ ୨୩ ତାରଖରୁ ବର୍ଷା ଆରମ୍ଭ ହୋଇପାରେ । ଏନେଇ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି । ସେହିପରି ୨୩ରୁ ପାଗ ମେଘୁଆ ରହିବ । ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳରେ ୨୩ ଓ ୨୪ ତାରିଖରେ ସ୍ୱଳ୍ପ ବର୍ଷା ଆଶଙ୍କା ରହିଛି । ୨୪ ଓ ୨୫ରେ ଦକ୍ଷିଣ ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହାସହ ଆସନ୍ତା ଦୁଇ ଦିନ ଯାଏ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ଜାରି ହୋଇଛି । ଦୁଇ ଦିନ ରାଜ୍ୟରେ ଘନ କୁହୁଡ଼ି ଅନୁଭୂତ ହେବ । ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ କୁହୁଡ଼ି ହୋଇପାରେ ।

Leave a Reply

Your email address will not be published.