ତିନି ରଥରେ ରହିଛି ସାମାନ୍ୟ ଫାଟ, ସ୍ୱତନ୍ତ୍ର ବୈଷୟିକ ଟିମ୍ ଦ୍ୱାରା ତିନିରଥର ହେଉଛି ଯାଞ୍ଚ

ପୁରୀ: ପ୍ରଭୂ ବଳଭଦ୍ରଙ୍କ ତାଳଧ୍ଵଜ ରଥ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଗୋଟିଏ ଲେଖାଏଁ ଚକରେ ରହିଛି ସାମାନ୍ୟ ଫାଟ। ସେହିଭଳି ମହାପ୍ରଭୁଙ୍କ ନନ୍ଦିଘୋଷ ରଥର ପ୍ରଭାରେ ରହିଛି ଫାଟ । ଆସନ୍ତା ୧୭ତାରିଖରେ ତିନିରଥର ଦକ୍ଷିଣି ମୋଡ। ଏହାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ବୈଷୟିକ ଟିମ୍ ଦ୍ୱାରା ତିନିରଥର ଯାଞ୍ଚ ହୋଇଛି । ଶ୍ରୀଗୁଣ୍ଡିଚା ଯାତ୍ରା ପରେ ଆଜି ହେଉଛି ଯାଞ୍ଚ।

ରଥର ମରାମତି କରାଯାଉଛି । ଦଶମହାରଣା ଛଅଜଣ ଭୋଇ ସେବକ ଓ ତିନିଜଣ କମାର ସେବକ କରୁଛନ୍ତି ମରାମତି । ପୂର୍ବତଟ ରେଳବାଇର ଟେକ୍ନିକାଲ ଟିମ୍ କ୍ଷତିଗ୍ରସ୍ତ ଅଂଶକୁ ଜଗ ଲଗାଇ ଟେକି ଧରିବା ଯୋଗୁଁ ମରାମତି ତ୍ୱରିତ ସହ ସହଜ ହୋଇପାରିଛି।

Leave a Reply

Your email address will not be published.