ରାଜ୍ୟରେ ୩ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୂବନେଶ୍ବର: ରାଜ୍ୟରେ ଗତକାଲି ପ୍ରବଳ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋସାଗର ଏବଂ ପଡ଼ୋଶୀ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୩.୧ କିଲୋମିଟର ଏବଂ ୭.୬ କିଲୋମିଟର ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ । ରାଜ୍ୟରେ ଆଗାମି ୨ରୁ ୩ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛିଯେ, ଆଜି ମଧ୍ୟ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କଟକ, ଖୋର୍ଦ୍ଧା, ସମ୍ବଲପୁର, ଦେଓଗଡ, କେନ୍ଦ୍ରାପଡା, ଜଗତ୍ସିଂହପୁର, ପୁରୀରେ ଆଜି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ସେହିପରି କେଉଁଝର, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ ଏବଂ ସୁନ୍ଦରଗଡରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published.