ରାଜ୍ୟରେ ଆସନ୍ତା ୫ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୂବନେଶ୍ବର: ରାଜ୍ୟରେ ୫ ଦିନ ଯାଏଁ ବିଭିନ୍ନ ସ୍ଥାନରେ ଘଡଘଡି ସହିତ ପ୍ରବଳ ବର୍ଷା ହେବ । ଯେହେତୁ ବଙ୍ଗୋପସାଗର ଏବଂ ବଙ୍ଗଳାଦେଶେ ଉପକୂଳକୁ ଲାଗି ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି । ଏଥିସହିତ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି । ଏହି କାରଣରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଉତ୍ତର ପୂର୍ବାଞ୍ଚଳର କେଉଁଝର, ମୟୂରଭଞ୍ଜ, ଯାଜପୁର, କଟକ, କେନ୍ଦ୍ରାପଡା ଓ ଢେଙ୍କାନାଳ ଆଦି ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ଵର ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଏହାସହିତ ନବରଙ୍ଗପୁର,କଳାହାଣ୍ଡି, କୋରାପୁଟ, ରାୟଗଡା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାରେ ବଜ୍ରପାତ ସହ ହାଲକା ବର୍ଷା ସମ୍ଭାବନା ରହିଛି ।

Leave a Reply

Your email address will not be published.