୨୪ ଘଣ୍ଟା ମଧ୍ୟରେ ୧୩ଟି ଜିଲ୍ଲାକୁ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର, (ନାଗରାଜ ନ୍ୟୁଜ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମର ପ୍ରବାହ ଜାରି ରହିଛି । ଅସମ୍ଭାଳ ତାତି ହେତୁ ଛଟପଟ ହେଉଛନ୍ତି ରାଜ୍ୟବାସୀ । ଏହିସମୟରେ ଗ୍ରୀଷ୍ମର ଜ୍ୱାଳାରୁ ସାମାନ୍ୟ ଆସ୍ୱସ୍ତି ଦେବ କାଳବୈଶାଖୀ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ୨ଟି ସ୍ଥାନରେ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ୧୩ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଜାରି ସତର୍କ ସୂଚନା ଅନୁଯାୟୀ ଉତ୍ତର ଉପକୂଳ ଓଡ଼ିଶା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published.