ଆଜିର ରାଶି ଚକ୍ର ଓ ପଞ୍ଜିକା

ଆଜିର ପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ଏପ୍ରିଲ ମାସ ୨୪ ତାରିଖ ୨୦୨୧ ମସିହା(ଶନିବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର -ଆନନ୍ଦୋ*
*ଚୈତ୍ର ମାସ-ଶୁକ୍ଳପକ୍ଷ*
*ତିଥି-ଦ୍ୱାଦଶୀ ରାତ୍ରି ଘ୦୭/୩୫ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ*
*ନକ୍ଷତ୍ର- ପୁର୍ବା ଫାଃ ଦିବା ଘ ୦୭/୧୪ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରା ଫାଃ*
*ଚନ୍ଦ୍ର-ସିଂହ ଦିବା ଘ ୧୨/୪୪ ପର୍ଯ୍ୟନ୍ତ ତଦନ୍ତେ କନ୍ୟା*
*ଯୋଗ- ଧୃବ*
*କରଣ-ବବ*
*ସୌରମାସ- ମେଷ ୧୧ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୨୭/୨୦*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୪/୪୯*
*✧═════•❁❀❁•═════✧*
*ଯୋଗିନୀ ନୈରୁତେ ରାତ୍ରି ଘ୦୭/୩୫ ପର୍ଯ୍ୟନ୍ତ ତଦନ୍ତେ ଦକ୍ଷିଣେ*
*ବୃଷ ରାଶିର ଘାତ ଚନ୍ଦ୍ର*
*ବୃଷ,ସିଂହ ଓ କନ୍ୟା ରାଶିର ଘାତବାର*
*ଦ୍ୱାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•════**
*କାଳବେଳା -ଦିବା ଘ୦୭/୦୨ ମଧ୍ୟେ ଓ ଘ ୦୪/୩୦ ଗତେ ଘ୦୬/୦୪ ମଧ୍ୟେ*
*ବାରବେଳା- ଦିବା ଘ ୦୧/୨୦ ଗତେ ଘ୦୨/୫୪ ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧ ଅମୃତବେଳା- ଦିବା ଘ ୦୯/୨୮ଗତେ ଘ୧୨/୩୯ମଧ୍ୟେ ଓ ରାତ୍ରି ଘ ୦୮/୫୫ ଗତେ ଘ୧୦/୫୧ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।- ନାସ୍ତି*
═✧*══•❁❀❁•═════✧*
*ଆଦ୍ୟ ପୋଇ ରାତ୍ରି ଘ୦୭/୩୫ ଗତେ ବାଇଗଣ ଭକ୍ଷଣ ନିଷେଧ*
═✧*══•❁❀❁•═════✧*

ଆଜିର ରାଶି ଚକ୍ର

*?ମେଷ??: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ଧନଲାଭର ଯୋଗ ରହିଛି। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ସ୍ବାସ୍ଥ୍ୟ ବଢ଼ିଆ ରହିବ।**
*✧═════•❁❀❁•═════✧*
*?ବୃଷ??: ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।*
*✧═════•❁❀❁•═════✧*
*?ମିଥୁନ??: ଆଜି କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।*
*✧═════•❁❀❁•═════✧*
*?କର୍କଟ??: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।*
*✧═════•❁❀❁•═════✧*
*?ସି˚ହ??: ମାଆ ଦୁର୍ଗାଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।*
*✧═════•❁❀❁•═════✧*
*?କନ୍ୟା??: ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।*
*✧═════•❁❀❁•═════✧*
*?ତୁଳା??: ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।*
*✧═════•❁❀❁•═════✧*
*?ବିଛା??: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନର ବାଟ ଫିଟିବ।*
*✧═════•❁❀❁•═════✧*
*?ଧନୁ??: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।*
*✧═════•❁❀❁•═════✧*
*?ମକର??: ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ।*
*✧═════•❁❀❁•═════✧*
*?କୁମ୍ଭ??: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।*
*✧═════•❁❀❁•═════✧*
*?ମୀନ??: ଆଧାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।*
*✧═════•❁❀❁•═════✧*

2 thoughts on “ଆଜିର ରାଶି ଚକ୍ର ଓ ପଞ୍ଜିକା

Leave a Reply

Your email address will not be published.