କରୋନା ସଂକ୍ରମଣରେ ଲାଗିଲା ବ୍ରେକ, ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମିତଙ୍କ ସଂଖ୍ଯା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦୃତ ଗତିରେ ହୁ ହୁ ହୋଇ ବଢୁଥିବା ସମୟରେ ଏକ ଆସ୍ବସ୍ତିଭରା ଖବର ସାମ୍ନାକୁ ଆସିଛି । ଆସିଥିବା ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟାରେ ରାଜ୍ୟରେ ୯,୭୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ଆଉ ୧୮ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।

୯୭୯୩ ନୂଆ ଆକ୍ରନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୧୧ ଜଣ ଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦୧୮ ଜଣ ଅଛନ୍ତି।

କଟକ ଜିଲ୍ଲାରୁ ୬୪୧ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୫୨୬, ଝାରସୁଗୁଡ଼ାରୁ ୪୦୪, ନୂଆପଡ଼ାରୁ ୪୦୧, ଯାଜପୁରରୁ ୩୭୬, ସମ୍ବଲପୁରରୁ ୩୫୬, ପୁରୀରୁ ୩୫୧, ବଲାଙ୍ଗିରରୁ ୩୪୨, ବାଲେଶ୍ୱରରୁ ୩୧୪, ନବରଙ୍ଗପୁରରୁ ୩୦୨, ଗଞ୍ଜାମରୁ ୨୭୬, ବରଗଡ଼ରୁ ୨୭୦, ନୟାଗଡ଼ରୁ ୨୫୪, କେନ୍ଦୁଝରରୁ ୨୪୪, କଳାହାଣ୍ଡିରୁ ୨୨୪, ମୟୂରଭଞ୍ଜରୁ ୧୯୯, ଜଗତସିଂହପୁରରୁ ୧୮୯, କୋରାପୁଟରୁ ୧୭୪, କେନ୍ଦ୍ରାପଡ଼ାରୁ ୧୫୮, ବୌଦ୍ଧରୁ ୧୫୨, ରାୟଗଡ଼ାରୁ ୧୪୮, ସୁବର୍ଣ୍ଣପୁରରୁ ୧୪୦, ଦେବଗଡ଼ରୁ ୧୨୫, ଗଜପତିରୁ ୧୧୧, କନ୍ଧମାଳରୁ ୧୦୧, ଢେଙ୍କାନାଳରୁ ୯୧, ମାଲକାନଗିରିରୁ ୬୩ ଓ ଭଦ୍ରକ ଜିଲ୍ଲାରୁ ୫୨ ଜଣ ଚିହ୍ନଟ ହୋଇଛନ୍ତି।

ଅନ୍ୟପକ୍ଷରେ ଆଉ ୧୮ ଜଣଙ୍କ ଜୀବନ ଯିବା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୧୫କୁ ବୃଦ୍ଧି ପାଇଛି।

Leave a Reply

Your email address will not be published.