ରାଜ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ୧୦,୦୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାର ରିପୋର୍ଟ ଆସିଛି। ସେହିପରି କରୋନାରେ ରାଜ୍ୟରେ ଆଉ ୧୭ ଜଣଙ୍କର ମୃତ୍ୟୁ ଘଟିଛି।

୧୦,୦୩୧ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୨୯ ଜଣ ଅଛନ୍ତି। ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ୮୨୪ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୨୦, ପୁରୀରୁ ୭୦୮, ଅନୁଗୋଳରୁ ୪୫୬, ବରଗଡ଼ରୁ ୪୫୦, କଳାହାଣ୍ଡିରୁ ୪୩୩, ଝାରସୁଗୁଡ଼ାରୁ ୪୧୮, ଯାଜପୁରରୁ ୩୨୮, ନୂଆପଡ଼ାରୁ ୩୧୧, ନବରଙ୍ଗପୁରରୁ ୩୦୬, ସମ୍ବଲପୁରରୁ ୩୦୨, ବଲାଙ୍ଗିରରୁ ୨୭୪,ନୟାଗଡ଼ରୁ ୨୬୯, ଭଦ୍ରକରୁ ୨୪୮, ବାଲେଶ୍ୱରରୁ ୨୩୦, ଢେଙ୍କାନାଳରୁ ୨୪୪, କେନ୍ଦ୍ରାପଡ଼ାରୁ ୨୪୩, ଗଞ୍ଜାମରୁ ୨୦୯, ମୟୂରଭଞ୍ଜରୁ ୨୦୭, ବୌଦ୍ଧରୁ ୧୮୩, ସୁବର୍ଣ୍ଣପୁରରୁ ୧୬୯, କେନ୍ଦୁଝରରୁ ୧୬୬, କୋରାପୁଟରୁ ୧୪୨, ରାୟଗଡ଼ାରୁ ୧୩୨, ଦେବଗଡ଼ରୁ ୧୧୮, ଜଗତସିଂହପୁରରୁ ୧୧୫, ଗଜପତିରୁ ୮୯, କନ୍ଧମାଳରୁ ୭୫ ଓ ମାଲକାନଗିରିରୁ ୬୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୨୭୧ ଜଣ ଅଛନ୍ତି।

୧୦,୦୩୧ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୪୪,୮୭୩ରେ ପହଞ୍ଚି ଯାଇଛି। ଅନ୍ୟପକ୍ଷରେ ଆଉ ୧୭ ଜଣଙ୍କ ଜୀବନ ଯିବା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୯୭କୁ ବୃଦ୍ଧି ପାଇଛି।

 

Leave a Reply

Your email address will not be published.