ଆଜିର ରାଶି ଚକ୍ର ଓ ପଞ୍ଜିକା

  ଆଜିର   ପଞ୍ଜିକା
*✧═════•❁❀❁•═════✧*
*ଅଦ୍ୟ ମଇ ମାସ ୦୧ ତାରିଖ ୨୦୨୧ ମସିହା(ଶନିବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର -ଆନନ୍ଦୋ*
*ବୈଶାଖ ମାସ-କୃଷ୍ଣପକ୍ଷ*
*ତିଥି-ପଞ୍ଚମୀ ଦିବା ଘ୦୪/୪୫ ପର୍ଯ୍ୟନ୍ତ ତଦନ୍ତେ ଷଷ୍ଠୀ*
*ନକ୍ଷତ୍ର- ମୂଳା ଦିବା ଘ ୧୦/୫୧ ପର୍ଯ୍ୟନ୍ତ ତଦନ୍ତେ ପୁର୍ବାଷ।ଢ଼ା*
*ଚନ୍ଦ୍ର-ଧନୁ*
*ଯୋଗ- ଶିବ*
*କରଣ- କୌଳବ*
*ସୌରମାସ- ମେଷ ୧୮ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୨୨/୨୬*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୬/୫୯*
*✧═════•❁❀❁•═════✧*
*ଯୋଗିନୀ ଦକ୍ଷିଣେ ଦିବା ଘ୦୪/୪୫ ପର୍ଯ୍ୟନ୍ତ ତଦନ୍ତେ ପଶ୍ଚିମରେ*
*ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର*
*ବୃଷ,ସିଂହ ଓ କନ୍ୟା ରାଶିର ଘାତବାର*
*ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•════**
*କାଳବେଳା -ଦିବା ଘ୦୬/୫୬ ମଧ୍ୟେ ଓ ଘ ୦୪/୩୩ ଗତେ ଘ୦୬/୦୬ ମଧ୍ୟେ*
*ବାରବେଳା- ଦିବା ଘ ୦୧/୨୪ ଗତେ ଘ୦୨/୫୫ ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧ ଅମୃତବେଳା- ଦିବା ଘ୦୯/୨୨ ଗତେ ଘ୧୨/୩୪ମଧ୍ୟେ ଓ ରାତ୍ରି ଘ୦୮/୩୨ଗତେ ଘ୧୦/୫୫ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।-ନ।ସ୍ତି*
═✧*══•❁❀❁•═════✧*
*ଆଦ୍ୟ ବେଲ ଦିବା ଘ୦୪/୨୫ଗତେ ନିମ୍ବ ଭକ୍ଷଣ ନିଷେଧ*
═✧*══•❁❀❁•═════✧*

ଆଜିର ରାଶି ଚକ୍ର
*✧═════•❁❀❁•═════✧*
*ମେଷ: ଆଜି ଗୃହ ଉପକରଣ ଓ କିଛି ଦରକାରି ଦ୍ରବ୍ୟକ୍ରୟ କରି ଖର୍ଚାନ୍ତ ହୋଇପାରନ୍ତି ।ଆପଣଙ୍କୁ ନିଜ ସାଙ୍ଗମାନଙ୍କ ସୁସମ୍ମାନ ପାଇଁ ଖୁସିମିଳିବା ।କିନ୍ତୁ ଆପଣଙ୍କର ହିଁ କିଛି ସାଙ୍ଗ ଆପଣଙ୍କୁ ଇର୍ଷା କରିପାରନ୍ତି ।ଏଥିପାଇଁ ଆପଣଙ୍କୁ ଟିକେ ସାବଧାନ ରହିବାକୁ ହେବ ।*
*✧═════•❁❀❁•═════✧*
*ବୃଷ: ବହୁଦିନ ଧରି ଥିବା ସମସ୍ୟାର ସମାଧାନ ଓ ଅଚାନକ ଅର୍ଥଲାଭ ପାଇଁ ଆପଣ ଖୁସି ରହିବେ । ଆପଣ ଅନ୍ୟମାନଙ୍କ ସହିତ ମତାନ୍ତର ଥିବାର ଏ ସମସ୍ୟାର ସମାଧାନ ଦେଇପାରି ନଥିଲେ । ଯାହା ହେଉନା କାହିଁକି ବର୍ତ୍ତମାନ ଖୁସି ବଢାଇବାର ସମୟ ।*
*✧═════•❁❀❁•═════✧*
*ମିଥୁନ: ଆପଣଙ୍କୁ ଯେଉଁ କାର୍ଯ୍ୟ କରିବାକୁ କୁହାଯାଇଛି ସେ କାର୍ଯ୍ୟପୂରା ମନଯୋଗ ଦେଇ କରନ୍ତୁ । କାରଣ ଆପଣଙ୍କ ପରିବାର ଏହା ବଦଳରେ ଆପଣଙ୍କୁ ସବୁଦିନ ସାହାଯ୍ୟ କରିବ ଏହି ସମୟରେ ହୁଏତ ଆପଣଙ୍କ ପରିବାର ଆପଣଙ୍କ ପାଖରୁ କିଛି ଆଶା କରୁଛି ।*
*✧═════•❁❀❁•═════✧*
*କର୍କଟ : ଆପଣଙ୍କ ବୁଦ୍ଧି ଆଜି ଅଧିକ ବେଗରେ ସାହାଯ୍ୟ କରିବ । ଏହାର ଉପଯୋଗ ଆପଣ ଭବିଷ୍ୟତ ଯୋଜନା କରିବାରେ ବିନିଯୋଗ କରନ୍ତୁ । ଯଦି ଆପଣ କେବଳ ନିଜ ଲକ୍ଷ୍ୟ ଉପରେ ଧ୍ୟାନ ଦେବେ, ତେବେ ବାକି ସମସ୍ତ କାର୍ଯ୍ୟ ସ୍ୱତଃ ଠିକ୍ ହୋଇଯିବ ।*
*✧═════•❁❀❁•═════✧*
*ସିଂହ: ପରିବାର ସଦସ୍ୟଙ୍କ ସହ ଭ୍ରମଣ କରିବା ପାଇଁ ଆଜି ଦିନଟି ଉପଯୁକ୍ତ । ଏହି ଭ୍ରମଣ ଆପଣଙ୍କ ମଧ୍ୟରେ ସମ୍ପର୍କ ମାଧୁର୍ଯ୍ୟଭରା କରିବ । ମନ ମଧ୍ୟରେ ବହୁଦିନ ଧରି ରହି ଆସୁଥିବା ଦୁଶ୍ଚିନ୍ତାକୁ ଦୁରକରିବାରେ ଏହି ଭ୍ରମଣ ସହାୟକ ହେବ ।କର୍ମକ୍ଷେତ୍ର ରେ ଉନ୍ନତି ଓ ପଦମର୍ଯ୍ୟାଦା ବୃଦ୍ଧି ଯୋଗରହିଛି।*
*✧═════•❁❀❁•═════✧*
*କନ୍ୟା : ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି । ହଠାତ ଦେବପୂଜା ଓଦର୍ଶନ କରିବାର ସୁଯୋଗ ପାଇବେ।*
*✧═════•❁❀❁•═════✧*
*ତୁଳା : ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।*
*✧═════•❁❀❁•═════✧*
*ବିଛା : ଆଜି ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ।ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।ଶତୃମାନେ ପଛଘୁଞ୍ଚା ଦେବେ ।*
*✧═════•❁❀❁•═════✧*
*ଧନୁ : ଆଜି ଦିନଟି ଆପଣଙ୍କ ପାଇଁ ଭଲରେ କଟିଳେ ମଧ୍ୟ ସାମୟିକ ଦେହପୀଡା ହୋଇପାରେ ।ନିଜ ପରିବାର ବର୍ଗସହ ଛୋଟଧରଣର ଭ୍ରମଣ ଯୋଗ ରହିଛି । ପରିବାର ସଦସ୍ୟ ଏହି ଭ୍ରମଣକୁ ଉପଭୋଗ କରିବେ ଏବଂ ଆପଣଙ୍କ ସମ୍ପର୍କକୁ ସଧୁମୟ କରିବେ ।*
*✧═════•❁❀❁•═════✧*
*ମକର : ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।*
*✧═════•❁❀❁•═════✧*
*କୁମ୍ଭ  ଆଜି ମନ ଅଶାନ୍ତ ରହିବ।ଆପଣ କୌଣସି ଉପଦେଷ୍ଠାଙ୍କର କିମ୍ବା ବରିଷ୍ଠ ବ୍ୟକ୍ତିଙ୍କର ମାର୍ଗ ଦର୍ଶନ ପାଇଁ ସାହାଯ୍ୟ ଚାହିଁବେ । ଆପଣ ନିଜ ଜୀବନର ଦ୍ୱିଧା ବା ଅସୁବିଧା ପରିସ୍ଥିତିରୁ ବାହାରି ଆସିବା ପାଈଁ ବାଟ ବାହାର କରିବାରେ ବିଫଳ ହୋଇପାରନ୍ତି ।*
*✧═════•❁❀❁•═════✧*
*ମୀନ: ଯଦି ଛୁଟିଦିନ ଦେଖି ଆତ୍ମିୟସୋଜନ ମାନଙ୍କ ସହ ବୁଲିବାକୁ ଯାଆନ୍ତି ଏହି ସମୟଟି ପ୍ରକୃଷ୍ଟ ଅଟେ ।ସେଥିପାଇଁ ବିଧିବୋଧ ଯୋଜନା କରନ୍ତୁ । ପର୍ଯ୍ୟଟନ ବୁଲିବାକୁ ମଧ୍ୟ ଯାଇପାରନ୍ତି ଏବଂ ଏଥିରେ ଆପଣଙ୍କୁ ପରମ ଆନନ୍ଦ ମିଳିବ ।**✧═════•❁❀❁•═════✧*

Leave a Reply

Your email address will not be published.