ଆଉ ୨ଦିନ ପ୍ରବଳ ବର୍ଷିବ ବର୍ଷା

ଭୂବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ଯାହାକୁ ନେଇ ଆଉ ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ ଭାବରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଣିପାଗ ଏହିଭଳି ରହିବାକୁ ଥିବା ବେଳେ ଏହି ଲଘୁଚାପ ପ୍ରଭାବରେ ଆଉ ଦୁଇ ମଧ୍ୟ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।

ତେଣୁ ଆସନ୍ତା ୪ ଦିନ ପାଇଁ ଅଧିକଂଶ ଜିଲ୍ଲା ଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଲଘୁଚାପ ପ୍ରଭାବରୁ ଆଜିଠାରୁ ଝାରସୁଗୁଡା, ବରଗଡ଼, ସୁନ୍ଦରଗଡ଼, ନୂଆପଡା, ସମ୍ବଲପୁର, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି କଳାହାଣ୍ଡି, ସୋନପୁର, ବୌଦ୍ଧ, ଅନୁଗୁଳ, କଟକ, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବ।

୨୪ ତାରିଖ ଦିନ ମାଲକାନଗିରି, କୋରାପୁଟ, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୫ ତାରିଖ ଦିନ ମୟୂରଭଞ୍ଜ ଓ କେନ୍ଦୁଝର ଏବଂ ୨୬ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Leave a Reply

Your email address will not be published.