ରାଜ୍ୟରେ ୨୦ଟି ଜିଲ୍ଲାକୁ ସର୍ତକ ସୂଚନା

ଭୂବନେଶ୍ବର: ରାଜ୍ୟରେ ମୌସୁମୀ ଜନିତ ବର୍ଷା ପ୍ରଭାବରୁ ବିଭିନ୍ନ ସ୍ଥାନରେ ବର୍ଷା ହେଉଥିବା କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାର ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହାସହ ଉପକୂଳ ଓଡ଼ିଶା ଓ ତତ୍‌ସଂଲଗ୍ନ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ମଧ୍ୟ ଝଡ଼ ତୋଫାନ ଓ ବଜ୍ରପାତ ସହ ବର୍ଷା ହୋଇପାରେ।

ବଜ୍ରପାତ ସହ ବର୍ଷା ପାଇଁ ୨୦ ଜିଲ୍ଲାକୁ ସତର୍କ କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା,ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର । ଗତକାଲି ମଧ୍ୟ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା।

Leave a Reply

Your email address will not be published.