୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା, ୧୦ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟରେ ଗତ ଦୁଇ ଦିନ ହେଲା ତାପମାତ୍ରା ସାମନ୍ୟ ହ୍ରାସ ପାଇଛି । ଏହାପରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି ଯାହାକୁ ନେଇ ଆଜି ପାଣପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଇଦିଆଯାଇଛି ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ,କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, କଳାହାଣ୍ଡି,ବୌଦ୍ଧ ଓ ରାୟଗଡ଼ା ଭଳି ୧୦ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ସମୟରେ ୩୦ରୁ ୪୦କିମି ବେଗରେ ପବନ ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । 

ଅନ୍ୟପଟେ ରାଜ୍ୟର ଅନେକ ସ୍ଥାନରେ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ଜାରି ରହିବ ବୋଲି ମଧ୍ୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Leave a Reply

Your email address will not be published.