ଲଘୁଚାପ ସକ୍ରିୟ ହେତୁ ୨୧ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି, ଆଗୁଆ ପ୍ରସ୍ତୁତି ପାଇଁ ଜିଲ୍ଲାପାଳଙ୍କୁ ନିର୍ଦେଶ

ଭୂବନେଶ୍ବର: ପୂରା ରାଜ୍ୟରେ ମୌସୁମୀ ପ୍ରଭାବ ହେତୁ ବର୍ଷା ହେଉଥିବା ବେଳେ ଅନ୍ୟପଟେ ବଙ୍ଗୋପ ସାଗରରେ ସକ୍ରିୟ ହେଉଛି ଲଘୁଚାପ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର ବଙ୍ଗୋପ ସାଗରରେ ଲଘୁଚାପ ସକ୍ରିୟ ହୋଇଥିବାରୁ ୨୧ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ସକାଳ ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ୧୪ ତାରିଖ ସକାଳ ସାଢେ ୮ଟାରୁ ୧୫ ତାରିଖ ସକାଳ ସାଢେ ୮ଟା ସୁଦ୍ଧା ରାଜ୍ୟର ୧୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏମିତିକି ପ୍ରବଳ ବର୍ଷା ସହ ବନ୍ୟା ପରିସ୍ଥିତି ଉପୁଜିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବରୁ ସତର୍କ କରିଛି ।

ଆଗୁଆ ପ୍ରସ୍ତୁତ ରହିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ନିର୍ଦେଶ ମଧ୍ୟ ଦିଆଯାଇଛି । ସେପଟେ ଉତ୍ତର ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ଏହା ଆସନ୍ତା ୨ରୁ ୩ ଦିନ ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଓଡ଼ିଶା, ଝାଡଖଣ୍ଡ ଏବଂ ଉତ୍ତର ଛତିଶଗଡ଼ ଦିଗରେ ଗତି କରିବ ।

Leave a Reply

Your email address will not be published.