ଶାସକ ଦଳର ମହିଳା ପଦାଧିକାରୀ ଘୋଷଣା

ଭୁବନେଶ୍ୱର: ବିଜେଡିର ମହିଳା ପଦାଧିକାରୀ ଘୋଷଣା । ଜନତା ଦଳର ରାଜ୍ୟସ୍ତରୀୟ ପରାମର୍ଶଦାତା ଭାବେ ୫ଜଣଙ୍କୁ ନିଯୁକ୍ତି ଦିଆଯାଇଛି । ରାଜଶ୍ରୀ ମଲ୍ଲିକ, ମଂଜୁଲତା ମଣ୍ଡଳ, ରୀତା ତରାଇ, ଲତିକା ପ୍ରଧାନ ଓ ନନ୍ଦିନୀ ଦେବୀଙ୍କୁ ଦାୟିତ୍ୱ ଦିଆଯାଇଛି । କାର୍ଯ୍ୟକାରୀ ସଭାପତି ଭାବେ ୩ଜଣଙ୍କୁ ନିଯୁକ୍ତି ମିଳିଛି । ସୁଭୁସିନୀ ଜେନା, ସୁଲତା ଦେଓ ଓ ନିବେଦିତା ମହାନ୍ତିଙ୍କୁ ଦାୟିତ୍ୱ ଦିଆଯାଇଛି ।

ସାଧାରଣ ସମ୍ପାଦିକା ଭାବେ କସ୍ତୁରୀ ମହାପାତ୍ରଙ୍କୁ ମିଳିଛି ଦାୟିତ୍ୱ । ୭ଜଣଙ୍କୁ ଜୋନ ସଭାପତି ଭାବେ ନିଯୁକ୍ତି ମିଳିଛି । ବରିଷ୍ଠ ଉପସଭାପତି ଭାବେ ୯ଜଣଙ୍କୁ ଦାୟିତ୍ୱ ଦିଆଯାଇଛି । ଉପସଭାପତି ଭାବେ ୨୭ଜଣଙ୍କୁ ମିଳିଛି ଦାୟିତ୍ୱ । ଜେନେରାଲ ସେକ୍ରେଟାରୀ ଭାବେ ୩୫ଜଣଙ୍କୁ ନିଯୁକ୍ତି । ସମ୍ପାଦିକା ଭାବେ ୩୬ଜଣଙ୍କୁ ଦିଆଯାଇଛି ନିଯୁକ୍ତି । ଯୁଗ୍ମ ସମ୍ପାଦିକା ଭାବେ ୨୮ଜଣଙ୍କୁ ନିଯୁକ୍ତି ଦିଆଯାଇଛି । କାର୍ଯ୍ୟନିର୍ବାହୀ ସଦସ୍ୟ ଭାବେ ୬୯ଜଣଙ୍କୁ ନିଯୁକ୍ତି ଦିଆଯାଇଛି ।

Leave a Reply

Your email address will not be published.