ଚଳିତମାସ ୨୩ ଓ ୨୪ରେ କ୍ଷୁଦ୍ର ନିଯୁକ୍ତି ମେଳା

Spread the love

ପୁରୀ,(ନାଗରାଜ ନ୍ୟୁଜ): ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣ ଓ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ଷୁଦ୍ର ନିଯୁକ୍ତି ମେଳା ଚଳିତ ମାସ ୨୩ ଓ ୨୪ ତାରିଖରେ ଅନୁଷ୍ଠିତ ହେବ। ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ଙ୍କ ପରାମର୍ଶ କ୍ରମେ ଏହି ନିଯୁକ୍ତି ମେଳା ୨୩ ତାରିଖରେ ପୁରୀ ସରକାରୀ ଆଇଟିଆଇ ପରିସରରେ ଓ ୨୪ ତାରିଖରେ ପିପିଲି କଲେଜ ଠାରେ ପୂର୍ବାହ୍ନ ୯ ଘଟିକା ସମୟରେ ଅନୁଷ୍ଠିତ ହେବ ବୋଲି ଜିଲ୍ଲା ନିୟୋଜନ ଅଧିକାରୀ ଶ୍ରୀ ସୁବାସ ଚନ୍ଦ୍ର ବେହେରା ସୂଚନା ଦେଇଛନ୍ତି।ଏହି ନିଯୁକ୍ତି ମେଳା ରେ ରାଜ୍ୟ ଓ ରାଜ୍ୟ ବାହାର ର ପ୍ରତିଷ୍ଠିତ ୨୨ ଟି ବେସରକାରୀ ସଂସ୍ଥା ର ନିଯୁକ୍ତି ଦାତା ମାନେ ଯୋଗ ଦାନ କରି ଆଶାୟୀ କୁଶଳୀ ଓ ଅଣକୁଶଳୀ ପ୍ରାର୍ଥୀ ମାନଙ୍କୁ ଚୟନ କରିବେ ।

ଏତଦ ବ୍ୟତୀତ ଓଡିଶା ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣ ସହିତ ବୁଝାମଣା ପତ୍ର ସ୍ୱାକ୍ଷର କରିଥିବା ପ୍ରକଳ୍ପ କାର୍ଯ୍ୟକାରିଣୀ ସଂସ୍ଥା ମାନେ ମଧ୍ୟ ଯୋଗ ଦେବେ।ଏହି ସଂସ୍ଥା ମାନେ ପ୍ରତ୍ୟକ୍ଷ ନିଯୁକ୍ତି ପ୍ରଦାନ କରିବେ।ନିଯୁକ୍ତି ମେଳାରେ ନିଯୁକ୍ତି ଆଶାୟୀ ପଞ୍ଚମ ଶ୍ରେଣୀ ପାସ ଠାରୁ ସ୍ନାତକ ପାସ ପର୍ଯ୍ୟନ୍ତ ଏବଂ ଆଇଟିଆଇ,ଡିପ୍ଲୋମା ପାସ ଆଶାୟୀ ପ୍ରାର୍ଥୀ,ପ୍ରାର୍ଥୀନି ମାନେ ଯେଉଁ ମାନଙ୍କ ବୟସ ୧୮ ବର୍ଷରୁ ୩୫ ବର୍ଷ ମଧ୍ୟରେ ସେମାନେ ଯୋଗ ଦେଇ ଏହାର ସୁଯୋଗ ନେବାପାଇଁ ଜିଲ୍ଲା ନିୟୋଜନ ଅଧିକାରୀ ଶ୍ରୀ ବେହେରା ସୂଚନା ଦେଇଛନ୍ତି। ଏହି ବୈଠକରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ସେଠୀ,କନିଷ୍ଠ ନିୟୋଜନ ଅଧିକାରୀ ଶ୍ରୀ ପ୍ରଭାତ କୁମାର ବସ୍ତିଆ ଓ ଜିଲ୍ଲା ନିୟୋଜନ ବିଭାଗର କର୍ମଚାରୀ ମାନେ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *