ପୁରୀରେ ଅଗ୍ନିଶମ ବିଭାଗ ପକ୍ଷରୁ ଜାରି ରହିଛି ଅପରେସନ

Spread the love

ପୁରୀ,(ନାଗରାଜ ନ୍ୟୁଜ): ପୁରୀରେ ଅଗ୍ନିଶମ ବିଭାଗ ପକ୍ଷରୁ ଜାରି ରହିଛି ଅପରେସନ । ଦୀର୍ଘ12 ଘଣ୍ଟା ପରେ ବି ନିଆଁ ଅଣାୟତ ।ପରିସ୍ଥିତି ଅସମ୍ଭାଳ ହେବାରୁ ଓଡ୍ରାଫ ଟିମ୍ ଉଦ୍ଧାର କାର୍ଯ୍ୟରେ ହେଲା ନିୟୋଜିତ ।ଯଦିଓ କୌଣସି ଜୀବନ ହାନି ହୋଇନାହିଁ। କିନ୍ତୁ ଧୀରେ ଧୀରେ ବିପଦଶଙ୍କୁଳ ହେଉଛି ପୁରୀ ସମ୍ରାଟ ମାର୍କେଟ କମ୍ପ୍ଲେକ୍ସ କୋଠା ।ନିଆଁର ଉତ୍ତାପ ଏତେ ମାତ୍ରାରେ ରହିଛି ଭିତରକୁ ନିଆଁଲିଭା ଟିମକୁ ଯିବାପାଇଁ ନାକେଦମ ହେବାକୁ ପଡୁଛି ।ଭିତର ବନ୍ଦ ରହିଥିବା କୋଠରୀ ର ସାମଗ୍ରୀରେ ନିଆଁ ଏଯାବତ କୁହୁଳୁଥିବାର ଜଣାପଡୁଛି ।ଏବଂ ଉତ୍ତାପର ପରିମାଣ ଏତେ ଅଧିକା ରହିଛି ଦୋକାନର ସଟର କିଛି ମାତ୍ରାରେ ତରଳିବାରେ ଲାଗୁଛି ।ଏବଂ କିଛି କାଚ ମଧ୍ୟ ନିଆଁ ପ୍ରଭାବରୁ ଫାଟୁଥିବା ଜଣାପଡୁଛି ।ତେଣୁ ଭିତର ବନ୍ଦ ହୋଇ ରହିଥିବା ଦୋକାନ ସବୁର ସଟର କାଟି ନିଆଁ ଲିଭାଇବା ପାଇଁ ଆପ୍ରାଣ ଚେଷ୍ଟା କରାଯାଉଛି ।ସେପଟେ ଅଗ୍ନିଶମ ବିଭାଗର ଡେପୁଟି ଫାୟାର ଅଫିସର ଏବଂ ପୁରା ଫାୟାର ଟିମ ନିଜର ଦମ ଲଗାଇଛନ୍ତି ।ଏବଂ ଓଡ୍ରାଫ ଟିମ ମଧ୍ୟ ନିଜର ପ୍ରଚେଷ୍ଟା ଜାରି ରଖିଛି।ସେପଟେ ଅନେକ ପର୍ଯ୍ୟଟକଙ୍କ ଆସବାବପତ୍ର ଏବେ ଭିତରେ ରହିଛି ।ଅନ୍ୟପଟରେ ଭିତରେ ଗୋଟିଏ ବ୍ୟାଙ୍କ ର ଶାଖା ରହିଥିବାରୁ ଏବେ ସେଠି କୌଣସି କ୍ଷତି ହୋଇଛି କି ନାହିଁ ସେନେଇ ମଧ୍ୟ ଆଶଙ୍କା ରହିଛି ।

Leave a Reply

Your email address will not be published. Required fields are marked *