ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

Spread the love

ଭୂବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୭ଟି ଜିଲ୍ଲା ବାଲେଶ୍ବର, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ ଏବଂ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ୨୩ଟି ଜିଲ୍ଲା ଖୋର୍ଦ୍ଧା, ନୟାଗଡ, ପୁରୀ, ରାୟଗଡା, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, ବାଲେଶ୍ବର , ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର କନ୍ଧମାଳ, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଝାରସୁଗୁଡା, ସମ୍ବଲପୁର  ଏବଂ ସୁନ୍ଦରଗଡ ଠାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । 

ଯେହେତୁ ଉତ୍ତର ସମୁଦ୍ର ପତ୍ତନରୁ ୦.୯ କିମି ମଧ୍ୟରେ ଥିବା ପୂର୍ବ ପଶ୍ଚିମ ନିମ୍ନ ଚାପ ରେଖା ଆଜି ଉତ୍ତର ପ୍ରଦେଶରୁ ବିହାର ଏବଂ ସବ – ହିମାଳୟ ପଶ୍ଚିମ ବଙ୍ଗ ମଧ୍ୟ ଦେଇ ନାଗାଲାଣ୍ଡ ଯାଏଁ ଲମ୍ବିଛି, ଏହା ଛଡା ଅନ୍ୟ ଏକ ଉତ୍ତର-ଦକ୍ଷିଣ ନିମ୍ନ ଚାପ ରେଖା ସମୁଦ୍ର ପତ୍ତନ ଠାରୁ ୧.୫ କିମି ଉପରେ ଉତ୍ତର ପୂର୍ବ ବିହାର ରୁ ଉତ୍ତର – ପୂର୍ବ ଝାଡ଼ଖଣ୍ଡ , ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଦକ୍ଷିଣ ଓଡିଶା ଉପକୂଳ ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବାର ପାଣିପାଗ ବିଭାଗ ସୂଚନା ଦେଇଛି ।

Leave a Reply

Your email address will not be published. Required fields are marked *