ଆଜି ଚୈତ୍ରମାସ କୃଷ୍ଣପକ୍ଷ ତୃତୀୟା ତିଥି

Spread the love

ପୁରୀ, (ନାଗରାଜ ନ୍ୟୁଜ): ଆଜି ଚୈତ୍ରମାସ କୃଷ୍ଣପକ୍ଷ ତୃତୀୟା ତିଥି। ଆଜିର ଏହି ପବିତ୍ର ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀୟୁ ମାନଙ୍କର ଅନୁଷ୍ଠିତ ହେବ ଖସାପଡା ନିତି। ମଧ୍ଯାନ୍ନଧୂପ ପରେ ଦଇତାପତି ସେବକ ମାନେ ରତ୍ନସିଂହାସନ ଉପରେ ଚଢ଼ି ଚାରିଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନିତି ସମ୍ପାଦନ କରିବେ। ଖସାପଡା ନିତି ଶ୍ରୀଜୀୟୁ ମାନଙ୍କର ଶ୍ରୀପୟର ସୁରକ୍ଷା ପାଇଁ କରାଯାଇଥାଏ। ଏହି ନିତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ। ଏହା ଏକ ଗୁପ୍ତନିତି ହୋଇଥିବାରୁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଆପାତତଃ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମାତ୍ର ଖଷାପଡା ନିତି ସରିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଚାଲୁ ରହିବ |

Leave a Reply

Your email address will not be published. Required fields are marked *