କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ କଲେ ସାକ୍ଷାତ

Spread the love

ନୂଆଦିଲ୍ଲୀ,(ନାଗରାଜ ନ୍ୟୁଜ): ଶନିବାର ରାଷ୍ଟ୍ରପତି ଭବନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଶିକ୍ଷା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଡା. ସୁବାଷ ସରକାର ମଧ୍ୟ ଉପସ୍ଥିତ ଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସମ୍ବଲପୁରୀ ବସ୍ତ୍ରରେ ତିଆରି ଏକ ଉତ୍ତରୀୟ ଦେଇ ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏହାସହ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ତାଳଚେର ପ୍ରଜାମଣ୍ଡଳ ଆନ୍ଦୋଳନର ମୁଖ୍ୟ ପୁରୋଧା ପବିତ୍ର ମୋହନ ପ୍ରଧାନଙ୍କ ଉପରେ ଏକ ଲିଖିତ ପୁସ୍ତକ ‘ପବିତ୍ର ଗ୍ରନ୍ଥାବଳୀ’ ପ୍ରଦାନ କରିଥିଲେ ।

Leave a Reply

Your email address will not be published. Required fields are marked *