ହେଲିକପ୍ଟର କ୍ରାସରେ ସେନାମୁଖ୍ୟ ଜେନେରାଲ ବିପିନ ରାୱତ ମୃତ: ଭାରତୀୟ ବାୟୁସେନା

ନୂଆଦିଲ୍ଲୀ, (ନାଗରାଜ ନ୍ୟୁଜ): ତାମିଲନାଡୁରେ ଘଟିଥିବା ହେଲିକପ୍ଟର ଦୁର୍ଘଟଣାରେ ସିଡିଏସ ଜେନେରାଲ ବିପିନ ରାୱତଙ୍କ ମୃତ୍ୟୁ ଘଟିଛି । ଭାରତୀୟ ବାୟୁସେନା ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆଯାଇଛି । ଜେନେରାଲ ରାୱତଙ୍କ ସମେତ ତାଙ୍କ ପତ୍ନୀ ମଧୁଲିକା ମଧ୍ୟ ପ୍ରାଣ ହରାଇଛନ୍ତି । କୁହାଯାଉଛି କି କୁହୁଡି କାରଣରୁ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହି ହେଲିକପ୍ଟରରେ ୧୪ ଜଣଥିବା ବେଳେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏବେ କେବଳ ଗ୍ରୁପ କ୍ୟାପ୍ଟେନ ବରୁଣ ସିଂହ ଏସ୍‌ସି ୱେଲିଂଟନରେ ଥିବା ମିଲିଟାରୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Leave a Reply

Your email address will not be published.