ଦିଲ୍ଲୀରେ ଆଉ ୪ଜଣ ଓମିକ୍ରନ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ, (ନାଗରାଜ ନ୍ୟୁଜ): ଆଜି ଦିଲ୍ଲୀରେ ଆଉ ୪ ନୂଆ ଓମିକ୍ରନ ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ଏନେଇ ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦିଲ୍ଲୀରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଛି । ୪ ନୂଆ ଓମିକ୍ରନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି ।

ଦେଶରେ ଓମିକ୍ରନ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗିଛି । ମହାରାଷ୍ଟ୍ର ସହ ରାଜସ୍ଥାନ, ଗୁଜରାଟ, କର୍ଣ୍ଣାଟକ, ଦିଲ୍ଲୀ, ଚଣ୍ଡିଗଡ଼, କେରଳ, ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟରେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେଲେଣି । ଏହାକୁ ନେଇ ସତର୍କ ରହିବାକୁ କହିଛନ୍ତି କେନ୍ଦ୍ର ସରକାର । ଓଡ଼ିଶାରେ ଏଯାଏଁ କୌଣସି ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇ ନଥିବା ବେଳେ ପଡୋଶୀ ଆନ୍ଧ୍ରରେ ଓମିକ୍ରନ ସଂକ୍ରମିତ ଚିହ୍ନଟ ହେବା ପରେ ସଜାଗ ହୋଇଛନ୍ତି ରାଜ୍ୟ ସରକାର । ଏହା ସହ ସମସ୍ତ ସୀମାନ୍ତ ଜିଲ୍ଲାଗୁଡିକୁ ସତର୍କ ରହିବାକୁ ରାଜ୍ୟ ସରକାର କହିଛନ୍ତି ।

Leave a Reply

Your email address will not be published.